Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ରାଜ୍ୟରେ ପ୍ରଚଣ୍ଡ ତାତିରୁ ଆଶ୍ୱସ୍ତି ଆଣିଛି କାଳବୈଶାଖୀ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ପାଣିପାଗ

ରାଜ୍ୟରେ ପ୍ରଚଣ୍ଡ ତାତିରୁ ଆଶ୍ୱସ୍ତି ଆଣିଛି କାଳବୈଶାଖୀ

utkala khabar
Last updated: April 11, 2025 11:34 am
utkala khabar
Published April 11, 2025
Share
SHARE

ରାଜ୍ୟରେ ପ୍ରଚଣ୍ଡ ତାତିରୁ ଆଶ୍ୱସ୍ତି ଆଣିଛି କାଳବୈଶାଖୀ । ଗତକାଲି ରାତିରେ ରାଜଧାନୀ ଭୁବନେଶ୍ୱର ସମେତ କିଛି ଜିଲ୍ଲାରେ ତୁହାକୁ ତୁହା ବର୍ଷା ହୋଇଥିଲା । ୩୦ରୁ ୪୦ କିମି ବେଗରେ ବହିଥିଲା ପବନ । ଏହା ଯୋଗୁଁ ସହରରେ ବିଦ୍ୟୁତ ସରବରାହ ପ୍ରଭାବିତ ହୋଇଥିଲା । କାଳବୈଶାଖୀ ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ତାପମାତ୍ରା ହ୍ରାସ ପାଇବା ନେଇ ଆକଳନ କରାଯାଉଛି । ରାଜ୍ୟରେ କମିବ ଖରା । ଆହୁରି ୫ ଦିନ ବର୍ଷା ହେବ । ଆଗାମୀ ୫ରୁ ୬ ଦିନ ପର୍ଯ୍ୟନ୍ତ ରାଜ୍ୟ ପାଇଁ ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ୧୪ ଜିଲ୍ଲାରେ ଘଡ଼ଘଡ଼ି ଓ ଝଡ଼ବର୍ଷା ହେବା ନେଇ ଚେତାବନୀ ଦିଆଯାଇଛି । ଉପକୂଳ ସହ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁସାରେ, ଉପକୂଳବର୍ତ୍ତୀ ଜିଲ୍ଲା, ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା, ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । ଆଜି ଓ ଆସନ୍ତାକାଲି ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ରହିବ । ଆଜି ୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକ ହେଲେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି । ୧୩ ତାରିଖଠାରୁ ପାଗରେ ପରିବର୍ତ୍ତନ ଆସିପାରେ ।

You Might Also Like

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ୧୦ରୁ ୧୭ ଯାଏଁ ରାଜ୍ୟରେ ବର୍ଷା

ଦୁର୍ବଳ ହେବ ଅବପାତ, ସପ୍ତାହେ ଯାଏଁ ବର୍ଷା ନାହିଁ

ତାତିରୁ ମିଳିପାରେ ମୁକ୍ତି, ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ

ସୃଷ୍ଟି ହେଲା ଲଘୁଚାପ, ୩‌୬ ଘଣ୍ଟାରେ ଅବପାତର ରୂପ ନେବ

କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା, ୭ ଜିଲ୍ଲାକୁ ପାଣିପାଗ ବିଭାଗର ଆଲର୍ଟ

TAGGED:#rain#weather#weather news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?