Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା, ୭ ଜିଲ୍ଲାକୁ ପାଣିପାଗ ବିଭାଗର ଆଲର୍ଟ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା, ୭ ଜିଲ୍ଲାକୁ ପାଣିପାଗ ବିଭାଗର ଆଲର୍ଟ

utkala khabar
Last updated: April 14, 2025 11:25 am
utkala khabar
Published April 14, 2025
Share
SHARE

ଭୁବନେଶ୍ୱର ୧୪।୦୪ : କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ସୋମବାର ୭ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା ଅଛି। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୪୦ରୁ ୫୦ କିମି ବେଗରେ ପବନ ବି ବହିବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି ।

ସେହିପରି ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ୧୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୪୦ରୁ ୫୦କିମି ବେଗରେ ପବନ ବି ବହିବ । କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି । ୧୬ରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧୭ ତାରିଖରେ ବି କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ହୋଇପାରେ ।

୧୮ ଓ ୧୯ ତାରିଖରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆଜି ଗଞ୍ଜାମରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇଛି । ୫୦ରୁ ୬୦ କିମି ବେଗରେ ପବନ ବି ବହିଛି । କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, କନ୍ଧମାଳ  ଓ ମୟୂରଭଞ୍ଜରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି । ଦାରିଙ୍ଗିବାଡ଼ିରେ ୨୦ ମିମି ଓ ରାୟଗଡ଼ାରେ ୪.୨ ମିମି ବର୍ଷା ହୋଇଥିବା ଜଣାପଡ଼ିଛି ।

You Might Also Like

ବିହାରରେ ବଜ୍ରପାତ ଏବଂ ଝଡ଼ବର୍ଷା ଯୋଗୁଁ ୨୨ ଜଣଙ୍କର ମୃତ୍ୟୁ, ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ରାଶି

ମାହାଙ୍ଗା ପଡିଲା ବସ ଦୁର୍ଘଟଣା କରି ଖସିଯିବା

କଳିଙ୍ଗ ସୁପରକପ-୨୦୨୫ : ଓଡ଼ିଶା ଏଫ୍ ସି ଦଳ ପଞ୍ଜାବ ଏଫ୍ ସି ଠାରୁ ପରାସ୍ତ

ଗ୍ରାହକଙ୍କୁ ଛାନିଆ କଲାଣି ସୁନା ଦର, ଆଜିର ଦାମ କେତେ ରହିଛି ଦେଖନ୍ତୁ

ରାଜ୍ୟରେ ଆଜିଠୁ ଆୟୁଷ୍ମାନ ଭାରତ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ଜେପି ନଡ୍ଡା

TAGGED:#odisha#rain alert#weatherwarning
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?