Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର କଲା ପୋଲିସ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ଅପରାଧ

ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର କଲା ପୋଲିସ

utkala khabar
Last updated: April 15, 2025 10:34 am
utkala khabar
Published April 15, 2025
Share
SHARE

ଭୁବନେଶ୍ୱର ୧୫ /୦୪: ବାଲେଶ୍ଵରରୁ ମିଳିଲା ଅପହୃତ ଶିଶୁ ପୁତ୍ର । ଭୁବନେଶ୍ବର ରାମମନ୍ଦିର ସାମ୍ନାରୁ ଶିଶୁପୁତ୍ର ଅପହୃତ ହୋଇଥିଲା । ଜଣେ ଦୃଷ୍ଟି ବାଧିତ ମାଆଙ୍କ କୋଳରୁ ଉଠାଇ ନେଇଥିଲା ଅପହର୍ତ୍ତା । ଘଟଣାର ସିସିଟିଭି ଚିତ୍ର ଆଜି ସାମ୍ନାକୁ ଆସିଥିଲା । ସିସିଟିଭି ଫୁଟେଜ ଆଧାରରେ ତଦନ୍ତ କରୁଥିଲା ପୋଲିସ । ଶେଷରେ ଅପହରଣର ୩ ଦିନ ପରେ ବାଲେଶ୍ବରରୁ ୨ ବର୍ଷର ଶିଶୁ ପୁତ୍ରକୁ ଉଦ୍ଧାର କରି ଅପହରଣକାରୀକୁ ଗିରଫ କରିଛି ପୋଲିସ । ଅପହରଣକାରୀ ଶିଶୁଟିକୁ ଧରି ଭୁବନେଶ୍ବର ରେଳଷ୍ଟେସନ ଭିତରକୁ ଯାଇଥିବା ସିସିଟିଭି ଫୁଟେଜରୁ ଜଣାପଡିଥିଲା । ଖଡଗପୁର, ହାୱଡ଼ା ସମେତ ରାଜ୍ୟର ବିଭିନ୍ନ ରେଳଷ୍ଟେସନକୁ ସିସିଟିଭି ଫୁଟେଜ ପଠାଯାଇଥିଲା । ଟ୍ରେନ ଯୋଗେ ଅପହରଣକାରୀ ରାଜ୍ୟ ବାହାରକୁ ଶିଶୁଟିକୁ ନେଇଯାଇଥିବା ସନ୍ଦେହ କରାଯାଉଥିଲା । ଏକାଧିକ ଟିମ୍ ଗଠନ କରି ତଦନ୍ତ କରୁଥିଲା ପୋଲିସ। . ଏପଟେ ପୁଅକୁ ଝୁରି ଝୁରି ଦିବ୍ୟାଙ୍ଗ ମାଆ ଆଖିରୁ ଲୁହ ଶୁଖୁନି । ଗତ ପାଞ୍ଚ ବର୍ଷ ହେବ ଶିଶୁର ମାଆ ରାମ ମନ୍ଦିର ଆଗରେ ଭିକ୍ଷା ବୃତ୍ତି କରୁଛନ୍ତି ।

ସୂଚନା ଅନୁସାରେ ଶନିବାର ବିଳମ୍ବିତ ରାତିରେ ଭୁବନେଶ୍ବର ଜନପଥରୁ ଦେଢ଼ ବର୍ଷର ଶିଶୁ ପୁତ୍ର ଚୋରି ଅଭିଯୋଗ ହୋଇଥିଲା । ବିସ୍କୁଟ, ଜୁସ୍ ଏବଂ ମୋବାଇଲ ଲୋଭ ଦଖାଇ ମାଆ କୋଳରୁ ଶିଶୁ ପୁତ୍ରକୁ ନେଇ ଚାଲିଗଲେ ଦୁର୍ବୃତ୍ତ । ଏଭଳି ଅଭିଯୋଗ ଆଣିଥିଲେ ମନ୍ଦିର ଆଗରେ ଭିକ୍ଷାବୃତ୍ତି କରୁଥିବା ଜଣେ ଦୃଷ୍ଟି ବାଧିତ ମହିଳା । ରାତି ପ୍ରାୟ ୨ଟା ବେଳେ ଘଟିଥିଲା ଏଭଳି ଘଟଣା ।

ମହିଳା ଜଣକ ଏ ନେଇ ଖାରବେଳେନଗର ଥାନାରେ ଦ୍ୱାରସ୍ଥ ହୋଇଥିଲେ । ରାମ ମନ୍ଦିର ସାମ୍ନାରେ ଶୋଇଥିବା ବେଳେ ଯେତେବେଳେ ନିଦ ଭାଙ୍ଗିଲା ଶିଶୁପୁତ୍ରଟିକୁ ସେ ପାଇନଥିଲେ । ଶିଶୁପୁତ୍ର ନିଖୋଜ ଥିବା ନେଇ ସେ ଥାନାରେ ଜଣାଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ଅସହାୟ ମହିଳାଙ୍କ ପୁତ୍ରକୁ ଖୋଜିବାକୁ ଛାନଭିନ ଆରମ୍ଭ କରିଥିଲା । ଶେଷରେ ବାଲେଶ୍ବରରୁ ଅପହୃତ ଶିଶୁ ପୁତ୍ରକୁ ଉଦ୍ଧାର କରିଛି ପୋଲିସ।

You Might Also Like

୫ ଦଫା ଦାବି ନେଇ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ ,ଏଥର ବି ବାଜି ମାରିଲେ ଛାତ୍ରୀ

ଭାବୀ ଜ୍ୱାଇଁ ସହ ଫେରାର ଶାଶୁ, ଫେରି ଆସି କହିଲେ କିଛି ଏମିତି

ଆଗାମୀ ୬ଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ

ରଥଯାତ୍ରା ପାଇଁ ସହରର ବିଭିନ୍ନ ସ୍ଥାନରେ ପାର୍କିଂ ବ୍ୟବସ୍ଥା ନେଇ ଆଲୋଚନା

TAGGED:#bhubaneswar#odishaArrested by policeBalasoreBalasore kidnapperChild kidnappedRescued
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?