Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ୧୯ ଯାଏ ଲାଗି ରହିବ କାଳବୈଶାଖୀ ବର୍ଷା, ଆଜି ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

୧୯ ଯାଏ ଲାଗି ରହିବ କାଳବୈଶାଖୀ ବର୍ଷା, ଆଜି ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

utkala khabar
Last updated: April 16, 2025 11:34 am
utkala khabar
Published April 16, 2025
Share
SHARE

ରାଜ୍ୟ ୧୬/୦୪ : ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି । ୧୯ ତାରିଖ ଯାଏ ଲାଗି ରହିବ ବିଜୁଳି, ଘଡ଼ଘଡ଼ି ସହ ବର୍ଷା । ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ୨ ଜିଲ୍ଲା ରାୟଗଡା ଓ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ସେହିପରି ବିଜୁଳି, ଘଡ଼ଘଡ଼ି, କୁଆପଥର ମାଡ଼ ସହ ଘଣ୍ଟାପ୍ରତି ୫୦ରୁ ୬୦ରୁ କିମି ବେଗରେ ପବନ ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ରୁ କିମି ବେଗରେ ପବନ ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ମଧ୍ୟ ରାଜ୍ୟର ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ରୁ କିମି ବେଗରେ ପବନ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପଶ୍ଚିମାଝଡ଼ ସହ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ଉତ୍ତର ପୂର୍ବ ମଧ୍ୟପ୍ରଦେଶ ଠାରୁ ସଂଲଗ୍ନ ପାର୍ଶ୍ବବର୍ତ୍ତୀ ଅଞଳକୁ ବ୍ୟାପି ରହିଛି । ଆଗାମୀ ୩ଦିନ ଯାଏ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଏହା ପରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ତାପମାତ୍ରା ବଢିବା ସମ୍ଭାବନା ରହିଥିବା ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

You Might Also Like

ମେ ୮ ତାରିଖରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାପମାତ୍ରା

କେମିତି କଟିବ ଆଜିର ଦିନଟି ଜାଣନ୍ତୁ

କଟକରେ ପ୍ରଥମ କୋଭିଡ୍ ଆକ୍ରାନ୍ତ ଚିହ୍ନଟ

ଦମଦାର ଲୁକ ସହ ଲଞ୍ଚ ହେଲା Lamborghini କାର

ସରିଲା ନିଟ୍‌ ୟୁଜି, ଜୁନ୍‌ ୧୪ରେ ଫଳ

TAGGED:#odisha#state#UTKALA KHABAR#weather newsOrange warningRain allert
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?