Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ୩ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

୩ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ

utkala khabar
Last updated: April 29, 2025 11:56 am
utkala khabar
Published April 29, 2025
Share
SHARE

ଭୁବନେଶ୍ୱର ୨୦/୪ : କାଳବୈଶାଖୀ ପ୍ରଭାବରେ ତାତିରୁ ମିଳିଲା ତ୍ରାହି । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ କମିଲା ତାତି । ଆଭ୍ୟନ୍ତରୀଣ ଓଡିଶାରେ ତାପମାତ୍ରା ୫ରୁ ୧୨ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି । ତେବେ ଦକ୍ଷିଣ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇଛି । ଆସନ୍ତା ୨ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ଲାଗି ରହିବ । କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।

ଉତ୍ତର ଓଡ଼ିଶାରେ ଅଧିକ ଗରମ ଅନୁଭୂତ ହେବ। ଜୁଲାଇ ଓ ଅଗଷ୍ଟ ମାସରେ ଓଡ଼ିଶା ସମେତ ସଂଲଗ୍ନ ରାଜ୍ୟରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ। ଉପକୂଳ ଓଡ଼ିଶା ଓ ପଶ୍ଚିମବଙ୍ଗରେ ଅଧିକ ଗରମ ହେବ। ଜୁଲାଇ ଅଧାରୁ ଅଗଷ୍ଟ ମାସ ଅଧା ଯାଏ ଓଡ଼ିଶା, ଛତିଶଗଡ଼ ଓ ପଶ୍ଚିମବଙ୍ଗରେ ବର୍ଷା କମିବାର ସମ୍ଭାବନା ଅଛି। ଏଥିପାଇଁ ଅଧିକ ଗରମ ଅନୁଭୂତ ହେବ ବୋଲି ସେ ପୂର୍ବାନୁମାନ କରିଛନ୍ତି । କାଳବୈଶାଖୀ ପ୍ରଭାବ ପରେ ବି ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ କମିବନି। ମେ ୧ ତାରିଖରୁ ସାମାନ୍ୟ କମିପାରେ। ଉପକୂଳ ଜିଲ୍ଲାରେ ମେ ମାସ ୩ ତାରିଖ ଯାଏ କାଳବୈଶାଖୀ ବର୍ଷା ଜାରି ରହିବ ।

ସୋମବାର କଟକ, ଭୁବନେଶ୍ୱର, ଭଦ୍ରକ, ବାଲେଶ୍ୱର, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ, ସମ୍ବଲପୁର, ଝାରସୁଗୁଡ଼ା ଓ ମୟୂରଭଞ୍ଜରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହିତ ବର୍ଷା ହୋଇଛି । ଢେଙ୍କାନାଳ ଓ ଭଦ୍ରକରେ ଘନ ଘନ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇଛି ।  ମଙ୍ଗଳବାର ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ ଓ ଯାଜପୁରରେ ଘଡ଼ଘଡ଼ି ଓ କୁଆପଥର ମାଡ଼ ସହିତ ପ୍ରବଳ ବର୍ଷା ଆଶଙ୍କା ଅଛି । ପବନର ଝଟ୍‌କା ୫୦ରୁ ୬୦ କିମି ଛୁଇଁପାରେ । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ଅଛି ।

You Might Also Like

ମେ ୮ ତାରିଖରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାପମାତ୍ରା

ବଡ ପରଦାରେ ଦେଖିବାକୁ ମିଳିବ ଏପିଜେ ଅବଦୁଲ କଲାମଙ୍କ ବାୟୋପିକ୍

କ୍ୱାଲିଫାୟର-୧ରେ ପହଞ୍ଚିଲା ପଞ୍ଜାବ, ମୁମ୍ୱାଇ ୭ ୱିକେଟରେ ପରାସ୍ତ

ଆଗାମୀ ୬ଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ

ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ, ଜଳିଗଲା ଟୁରିଷ୍ଟ ବସ୍

TAGGED:#kalabaisakhi#odisha#rain#UTKALA KHABAR#weather news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?