Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆଜିଠାରୁ ଆରମ୍ଭ ହେବ ଆଇପିଏଲ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ଖେଳ

ଆଜିଠାରୁ ଆରମ୍ଭ ହେବ ଆଇପିଏଲ

utkala khabar
Last updated: May 17, 2025 10:46 am
utkala khabar
Published May 17, 2025
Share
SHARE

ଆଇପିଏଲ ୧୭/୫ :  ଆଜିଠୁ ପୁଣି ବାଜିବ ଆଇପିଏଲ୍‌ ବିଗୁଲ। ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଯୋଗୁ ସପ୍ତାହକ ପାଇଁ ସ୍ଥଗିତ ହୋଇଥିଲା ଆଇପିଏଲ୍‌ ୧୮ତମ ସଂସ୍କରଣ । ଏବେ ପୁଣିଥରେ ଫଟାଫଟ କ୍ରିକେଟ୍‌ର ରୋମାଞ୍ଚ ଫେରିଛି । ଆଜି ଚିନ୍ନାସ୍ୱାମୀ ଷ୍ଟାଡିୟମ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ କୋଲକାତା ନାଇଟ୍ ରାଇଡର୍ସ ମଧ୍ୟରେ ମ୍ୟାଚ୍ ଖେଳାଯିବ। ଏହି ମୁକାବିଲା କେକେଆର୍‌ ପାଇଁ କର ବା ମର ସ୍ଥିତି ରହିବ । ମ୍ୟାଚ୍ ହାରିଲେ ପ୍ଲେ-ଅଫ୍ ଟିକେଟ୍ କଟିବା ଏକ ପ୍ରକାର ନିଶ୍ଚିତ ହେବ । ଚଳିତ ସିଜନରେ ଜବରଦସ୍ତ ଫର୍ମରେ ଅଛି ଆର୍‌ସିବି । ଦଳ ୮ଟି ମ୍ୟାଚ୍ ଜିତି ୧୬ ପଏଣ୍ଟ ସହ ଦ୍ୱିତୀୟରେ ରହିଛି । ଆଉ ଗୋଟିଏ ମ୍ୟାଚ୍ ଜିତିଲେ ଫ୍ଲେ-ଅଫ୍ ଟିକେଟ୍ କାଟିବ ଦଳ ।

ସେପଟେ ମ୍ୟାଚ୍‌ରେ ବାଧକ ସାଜିପାରେ ବର୍ଷା । ସ୍ଥାନୀୟ ପାଣିପାଗ ବିଭାଗ ରିପୋର୍ଟ ଅନୁସାରେ, ବେଙ୍ଗାଲୁରୁରେ ୭୦ ପ୍ରତିଶତ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ, ପଏଣ୍ଟ ଭାଗ କରିବେ ଦୁଇ ଦଳ । ସଂଶୋଧିତ କାର୍ଯ୍ୟସୂଚୀ ଅନୁସାରେ, ଆଇପିଏଲ୍‌ରେ ବାକି ଥିବା ୧୭ଟି ମ୍ୟାଚ୍ ୬ଟି ଭେନ୍ୟୁରେ ଖେଳାଯିବ। ଏହାରି ଭିତରେ ଦର୍ଶକଙ୍କୁ ଦୁଇଟି ଡବଲ୍ ହେଡର ଅର୍ଥାତ ଗୋଟିଏ ଦିନରେ ଦୁଇଟି ମ୍ୟାଚ ଦେଖିବାକୁ ମିଳିପାରେ । ମେ’ ୮ ତାରିଖରେ ଧର୍ମଶାଳାରେ ପଞ୍ଜାବ କିଙ୍ଗସ୍‌ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ମ୍ୟାଚ୍ ଚାଲିଥିଲା ବେଳେ ହଠାତ୍ ଫ୍ଳଡଲାଇଟ୍ ବନ୍ଦ କରିଦିଆଯାଇଥିଲା । ପରେ ମ୍ୟାଚକୁ ଅଧାରୁ ବାତିଲ କରିଦିଆଯାଇଥିଲା ।

You Might Also Like

ବ୍ରେକଅପ ପରେ ଏହି ଯୁବକଙ୍କ ପ୍ରେମରେ ପଡିଲେ ତାରା ସୁତାରିୟା

ଦହି ଓ ଗୁଡର ମିଶ୍ରଣ କରି ଖାଇବା ଦ୍ଵାରା ଅନେକ ଫାଇଦା ମିଳେ

ହୁ ହୁ ହୋଇ ଜଳିଗଲା ବ୍ୟାଟେରୀ ସ୍କୁଟି

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟରୁ ଲାଗିଛି ବଡ ଝଟ୍‌କା

ଆଜି ୧୦ ଜିଲ୍ଲାରେ ଘଡ଼ଘଡ଼ି ସହ କାଳବୈଶାଖୀ

TAGGED:#ipl match#UTKALA KHABARIndian Premier League 2025Sports News
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?