Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: କରୋନା ନେଲା ୧୧ ଜଣଙ୍କର ମୁଣ୍ଡ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ଦେଶ-ବିଦେଶ

କରୋନା ନେଲା ୧୧ ଜଣଙ୍କର ମୁଣ୍ଡ

utkala khabar
Last updated: May 27, 2025 3:28 pm
utkala khabar
Published May 27, 2025
Share
SHARE

ଭାରତ ୨୭/୫ : ପୁଣି ମାଡିଲା କରୋନା ଭୂତାଣୁ ବା କୋଭିଡ-୧୯ । ମୁମ୍ବାଇ, ଦିଲ୍ଲୀ ଓ କେରଳରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଦେଶରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୭ ଛୁଇଁଛି। ଏବେ ସୁଦ୍ଧା ଦେଶରେ ୧୧ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି। କେବଳ ମହାରାଷ୍ଟ୍ରରୁ ୫ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଏହାକୁ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛି। କୋଭିଡକୁ ନେଇ ଏଯାଏ କୌଣସି ଆଡଭାଇଜରି ଜାରି କରିନାହନ୍ତି କେନ୍ଦ୍ର ସରକାର। ଦିଲ୍ଲୀ, ମହାରାଷ୍ଟ୍ର, କେରଳ, କର୍ଣ୍ଣାଟକ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଭଳି ରାଜ୍ୟରେ କୋଭିଡ୍-୧୯ ମାମଲା ହଠାତ୍ ବୃଦ୍ଧି ପାଇଛି । ଏହି ସମସ୍ତ ରାଜ୍ୟରେ ଡାକ୍ତରଖାନାଗୁଡ଼ିକୁ ପ୍ରସ୍ତୁତ ରଖାଯାଇଛି । ମେ ମାସରେ, କେରଳରେ ସର୍ବାଧିକ ୨୭୩ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ସମସ୍ତ ଜିଲ୍ଲାରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । କେରଳର ଡାକ୍ତରଖାନାଗୁଡ଼ିକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି ଏବଂ ଥଣ୍ଡା ଓ କାଶ ଲକ୍ଷଣ ଥିବା ଲୋକଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ପଡ଼ୋଶୀ କର୍ଣ୍ଣାଟକରେ ମଧ୍ୟ କୋଭିଡ୍ ମାମଲାରେ ସାମାନ୍ୟ ବୃଦ୍ଧି ଘଟିଛି ।

You Might Also Like

ଓଡ଼ିଶା ଛାଡ଼ିବାକୁ ୧୨ ଜଣ ପାକିସ୍ତାନୀ ନାଗରିକଙ୍କୁ ନୋଟିସ୍‌

ଏୟାରଷ୍ଟ୍ରାଇକ ପରେ ଭାରତର ପ୍ରମୁଖ ବିମାନବନ୍ଦର ବନ୍ଦ, ଆଗାମୀ ନିର୍ଦ୍ଦେଶ ଯାଏଁ ବିମାନ ବାତିଲ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟରୁ ଲାଗିଛି ବଡ ଝଟ୍‌କା

ତେଜପତ୍ରର ୧୦ଟି ଔଷଧୀୟ ଗୁଣ ବିଷୟରେ ଜାଣନ୍ତୁ

ଆହୁରି ୩ ଦିନ ବର୍ଷିବ

TAGGED:#india#UTKALA KHABARCorona virusCovid-19National news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?