Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ସରକାରୀ ଚାକିରି ଆବେଦନ ସମୟ ସୀମା ୩୨ ବର୍ଷରୁ ୪୨ ବର୍ଷକୁ ବୃଦ୍ଧି
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ସରକାରୀ ଚାକିରି ଆବେଦନ ସମୟ ସୀମା ୩୨ ବର୍ଷରୁ ୪୨ ବର୍ଷକୁ ବୃଦ୍ଧି

utkala khabar
Last updated: May 29, 2025 11:57 am
utkala khabar
Published May 29, 2025
Share
SHARE

ରାଜ୍ୟ ୨୯ /୫ : ରାଜ୍ୟ କ୍ୟାବିନେଟରେ ୫ଟି ପ୍ରସ୍ତାବକୁ ମୋହର। ସରକାରୀ ଚାକିରି ପ୍ରବେଶ କ୍ଷେତ୍ରରେ ଆବେଦନ ବୟସ ସୀମା ବୃଦ୍ଧି । ବୟସସୀମା ୩୨ ବର୍ଷ ରୁ ୪୨ ବର୍ଷ କୁ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିଲା କ୍ୟାବିନେଟ ବୈଠକ । ପୋଲିସ, ଜଙ୍ଗଲ, ଅବକାରୀ, ଅଗ୍ନିଶମ ସେବା କିମ୍ବା ଯେଉଁ ସେବା ଓ ପଦବୀରେ ଶାରୀରିକ ଦକ୍ଷତା ପରୀକ୍ଷା ରହିଥାଏ ତାହାକୁ ବାଦ ଦିଆଯାଇଛି । ଏହା ସହ ଯେଉଁ ପଦବୀ ପାଇଁ ସର୍ବୋଚ୍ଚ ସୀମା ଉଲ୍ଲେଖ କରାଯାଇଥିବ ତା’କୁ ବାଦ ଦିଆଯାଇଛି। ସେହିଭଳି, ରାଜ୍ୟରେ କୃତ୍ରିମ ବୁଦ୍ଧିମତାକୁ ସମ୍ପୂର୍ଣ୍ଣ ପ୍ରୋତ୍ସାହନ ଦେବାକୁ ଏଆଇ ନୀତିକୁ ଅନୁମୋଦନ ଦିଆଯାଇଛି। ଏହା ଅନୁସାରେ ଏଆଇ ମିଶନ ଓ ଏଆଇ ସେଲ ଆରମ୍ଭ କରାଯିବ।

ଏଆଇ କ୍ଷେତ୍ରରେ ଷ୍ଟାର୍ଟଅପ୍‌କୁ ପ୍ରୋତ୍ସାହନ ଦିଆଯିବ। ତୃତୀୟରେ ଢେଙ୍କାନାଳ ଯୋରନ୍ଦା ସ୍ଥିତ ମହିମା ଗାଦିର ଉନ୍ନତିମୂଳକ କାର୍ଯ୍ୟ ଓ ଶୂନ୍ୟ ମଣ୍ଡପ ନିର୍ମାଣକୁ ଅନୁମୋଦନ ମିଳିଛି । ୩୬ ମାସ ମଧ୍ୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜଗତସିଂହପୁରରେ JSWର ନିଜସ୍ୱ ଜେଟି ପାଇଁ ଅନୁମତି ମିଳିଛି। ଏଥିପାଇଁ ରାଜ୍ୟ ସରକାର ଓ JSW ମଧ୍ୟରେ ଚୁକ୍ତିନାମାକୁ ଅନୁମୋଦନ କରିଛି କ୍ୟାବିନେଟ। ଏହାଦ୍ବାରା ୩୪୫୦ ଲୋକଙ୍କୁ ପ୍ରତ୍ୟକ୍ଷ ଓ ପରୋକ୍ଷରେ ନିଯୁକ୍ତି ମିଳିବ । ସେହିଭଳି ଓଡ଼ିଶା ଚକ୍ଷୁ ସେବା ପାଇଁ ୧୪୧ଟି ନୂଆ ପଦବୀ ସୃଷ୍ଟି ହେବ ଓ ପଦୋନ୍ନତି ଭିତରେ ୨୦୦ଟି ପଦବୀ କରାଯାଇଛି ।

You Might Also Like

କ’ଣ ସତରେ ମାଟିରେ ପୋତା ହୋଇଥିବା ଧନକୁ ସୁରକ୍ଷା ଦିଅନ୍ତି ସାପ! ଜାଣନ୍ତୁ ଏହାର ସତ୍ୟତାର କାହାଣୀ

ଅଁଳାକୁ ଡାଏଟରେ ସାମିଲ କରନ୍ତୁ

୧୪ ବର୍ଷୀୟ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଶତକ ହାସଲ,ରାଜସ୍ଥାନ ବିଜୟୀ

କେଉଁ ରାଶି ବ୍ୟକ୍ତିଙ୍କ ପାଇଁ କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ ରହିବ ଜାଣନ୍ତୁ

୨୪ରେ ପୁଣି ମିଳିବ ସୁଭଦ୍ରାର ଷଷ୍ଠ ପର୍ଯ୍ୟାୟ ଟଙ୍କା

TAGGED:#odisha#UTKALA KHABARGovernment JobState news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?