Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ହୁ ହୁ ହୋଇ ବଢୁଛି ସୁନା ଦର
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ହୁ ହୁ ହୋଇ ବଢୁଛି ସୁନା ଦର

utkala khabar
Last updated: June 3, 2025 2:22 pm
utkala khabar
Published June 3, 2025
Share
SHARE

ରାଜ୍ୟ ୩/୬ : ଆଜି ସୁନା ଦର ଆକାଶଛୁଆଁ ହୋଇଯାଇଛି । ତାହା ସହିତ ରହିଛି ଗଢା ମଜୁରୀ । ଗତ କିଛି ମାସ ଭିତରେ ସୁନାର ଦର କ୍ରମାଗତ ଭାବେ ବଢି ଚାଲିଥିବାରୁ ସୁନା ବ୍ୟବସାୟ ମଧ୍ୟ ପ୍ରଭାବିତ ହୋଇଛି । ଆନ୍ତର୍ଜାତୀୟ ସ୍ତରରେ ସୁନାର ଦର ବୃଦ୍ଧି ପାଉଥିବାରୁ ଏହାର ପ୍ରଭାବ ଭାରତୀୟ ବଜାରରେ ଅନୁଭୂତ ହେଉଛି । ଆଗକୁ ମଧ୍ୟ ଏହି ଦର ଚଢା ରହିବ ବୋଲି ସ୍ପଷ୍ଟ କରିଛନ୍ତି ଏକ୍ସପର୍ଟ ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୯, ୦୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ହଜାର ୮୦୦ ଟଙ୍କା ହୋଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୯, ୦୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୮୦୦ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୯,୦୬୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦, ୮୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୯, ୦୬୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୯୫୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୯, ୦୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୦, ୮୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୯, ୦୬୦ ଓ ୯୦, ୮୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୧୧, ୧୦୦ ଟଙ୍କା ହୋଇଛି ।

You Might Also Like

କେମିତି କଟିବ ଆଜିର ଦିନଟି ଜାଣନ୍ତୁ

ହାଇ ଆଲର୍ଟରେ ସମ୍ବଲପୁର, ଆଇନଶୃଙ୍ଖଳା ଦାୟିତ୍ୱରେ ରହିବେ ୨୦୦ ପ୍ଲାଟୁନ ପୋଲିସ ଫୋର୍ସ

ଓଡ଼ିଶା ଛାଡ଼ିବାକୁ ୧୨ ଜଣ ପାକିସ୍ତାନୀ ନାଗରିକଙ୍କୁ ନୋଟିସ୍‌

ଶନିବାର ଆଜିର ଦିନଟି କେମିତି କଟିବ ଆପଣଙ୍କର ଜାଣନ୍ତୁ

୨୪ ଟଙ୍କା କମିଲା LPG ସିଲିଣ୍ଡର ଦାମ୍

TAGGED:#UTKALA KHABARgold priceGold update rateState news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?