Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆଜି ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଆଜି ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା

utkala khabar
Last updated: June 11, 2025 11:38 am
utkala khabar
Published June 11, 2025
Share
SHARE

ପୁରୀ ୧୧/୬ : ଆଜି ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ବା ଦେବସ୍ନାନ ପୂର୍ଣ୍ଣିମା। ରତ୍ନବେଦୀରୁ ଓହ୍ଲାଇ ଆସି ସ୍ନାନବେଦୀରେ ବିଜେ କରିଛନ୍ତି କୋଟି ଓଡ଼ିଆଙ୍କ ମଉଡ଼ମଣି ଶ୍ରୀଜିଉ । ଦଇତାପତି ସେବାୟତମାନେ ଠାକୁରଙ୍କୁ ଧାଡ଼ି ପହଣ୍ଡିରେ ସ୍ନାନ ମଣ୍ଡପରେ ବିଜେ କରାଇଛନ୍ତି । ୧୦୮ ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି । ସ୍ନାନ ପରେ ହାତୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି।

ଏଥି ପାଇଁ ଶ୍ରୀଜିଉମାନଙ୍କର ନୀତିକାନ୍ତି ଭୋର୍‌ରୁ ଆରମ୍ଭ ହୋଇଯାଇଛି । ମହାପ୍ରଭୁଙ୍କ ମଙ୍ଗଳର୍ପଣ ସକାଳ ୫.୩୨ ଆରମ୍ଭ ହୋଇଥିଲା । ଏହା ପରେ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ୫.୪୫ରେ ଆରମ୍ଭ ହୋଇଥିବା ବେଳେ ବଳଭଦ୍ରଙ୍କ ପହଣ୍ଡି ୫.୫୩ରେ ଆରମ୍ଭ ହେଲା । ସେହିପରି ମା ସୁଭଦ୍ରାଙ୍କ ପହଣ୍ଡି ୬.୬ ଏବଂ ଜଗନ୍ନାଥ ମହାପ୍ରଭୁଙ୍କର ପହଣ୍ଡି ୬.୨୨ ମିନିଟରେ ଆରମ୍ଭ ହୋଇଥିଲା। ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି । ମହାପ୍ରଭୁଙ୍କ ପହଣ୍ଡି, ଜଳଲାଗି ଓ ହାତୀବେଶ ଆଦି ନୀତିକୁ ଶୃଙ୍ଖଳିତ କରିବା ଲାଗି ସେବାୟତ ଓ ପ୍ରଶାସନ ସମସ୍ତେ ପ୍ରସ୍ତୁତ ଅଛନ୍ତି ।

ସେପଟେ ସ୍ନାନ ପରେ ଜ୍ବରରେ ପୀଡିତ ହେବେ ଶ୍ରୀଜିଉ । ୧୫ ଦିନ ଅଣସର ଘରେ ଚାଲିବ ମହାପ୍ରଭୁଙ୍କ ଉପଚାର ।ଜ୍ବରରୁ ଭଲ ହେଲା ପରେ ଭାଇଭଉଣୀଙ୍କୁ ସାଥିରେ ନେଇ ନବଦିନାତ୍ମକ ଯାତ୍ରାରେ ବାହାରି ଆସିବେ କାଳିଆ ସାଆନ୍ତେ ।ପବିତ୍ର ସ୍ନାନ ପୂର୍ଣ୍ଣିମା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।ସୁରକ୍ଷା ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ। ଧାଡି ପହଣ୍ଡିରେ ଆସି ସ୍ନାନବେଦୀରେ ପ୍ରଭୁ ବଳଭଦ୍ର। ଏହି ପବିତ୍ର ଦିବ୍ୟସ୍ନାନର ସାକ୍ଷୀ ହେବାକୁ ପୁରୀ ବଡଦାଣ୍ଡ ଲୋକାରଣ୍ୟ ହୋଇଉଠିଛି ।

You Might Also Like

ମଶାଣି ରୁ ଶବ ଚୋରି ଅଭିଯୋଗ

କେମିତି କଟିବ ଆଜିର ଦିନ

ଆଇପିଏଲରେ ପ୍ରଥମ ଥର ରେକର୍ଡ ହାସଲ କଲେ ଶ୍ରେୟସ ଆୟର

ଆଗାମୀ ୧୨ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ, ୩୬ଘଣ୍ଟାରେ ଅବପାତରେ ପରିଣତ

ଆତଙ୍କବାଦୀ ଆକ୍ରମଣ ପରେ ହିନାଙ୍କ ମାନସିକ ସ୍ୱାସ୍ଥ୍ୟ ଉପ‌ରେ ପ୍ରଭାବ ପଡ଼ିଛି

TAGGED:#puri#UTKALA KHABARLord sri JagannathSnana Purnima
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?