Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆସିଲା ନୂଆ ପେଟ୍ରୋଲ ଦର; ଟାଙ୍କି ଭରିବା ପୂର୍ବରୁ ଜାଣନ୍ତୁ ରେଟ୍
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ବାଣିଜ୍ୟ

ଆସିଲା ନୂଆ ପେଟ୍ରୋଲ ଦର; ଟାଙ୍କି ଭରିବା ପୂର୍ବରୁ ଜାଣନ୍ତୁ ରେଟ୍

utkala khabar
Last updated: April 9, 2025 11:52 am
utkala khabar
Published April 9, 2025
Share
SHARE

ଗାଡ଼ିରେ ତେଲ ପକାଇବାକୁ ଯାଉଛନ୍ତି, ତେବେ ଟାଙ୍କି ଭରିବା ପୂର୍ବରୁ ଜାଣନ୍ତୁ ଆଜିର ନୂଆ ଦର । କାରଣ ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ନୂତନ ମୂଲ୍ୟ ପ୍ରକାଶ ପାଇଛି । ଅଶୋଧିତ ତୈଳର ଆନ୍ତର୍ଜାତୀୟ ମୂଲ୍ୟ ଅନୁଯାୟୀ ଭାରତରେ ଇନ୍ଧନ ମୂଲ୍ୟ ସ୍ଥିର ହୋଇଛି । ଦେଶର କିଛି ସ୍ଥାନରେ ତୈଳ ଦର ସ୍ଥିର ରହିଥିବା ବେଳେ ଅନ୍ୟ କିଛି ସ୍ଥାନରେ ତୈଳଦରରେ ପରିବର୍ତ୍ତନ ହୋଇଛି । ଭୁବନେଶ୍ୱର ପେଟ୍ରୋଲ ଦରରେ ମଧ୍ୟ ନୂଆ ଦର ଜାରି ହୋଇଛି ।

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦. ୯୩ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨ .୫୧ ପଇସା ରହିଛି । ଏପରିକି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫ . ୦୧ ଟଙ୍କା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୮୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୯ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍ :

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ ।

ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

You Might Also Like

ପ୍ରଡ୍ୟୁସର ସଲିମ ଅଖତରଙ୍କ ପରଲୋକ, ୮୨ ବର୍ଷ ବୟସରେ ଦୁନିଆରୁ ବିଦାୟ

କାହାକୁ ଓ କେମିତି ମିଳିବ ଆୟୁଷ୍ମାନ କାର୍ଡ, ସ୍ପଷ୍ଟ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ

ହାଇ ଆଲର୍ଟରେ ସମ୍ବଲପୁର, ଆଇନଶୃଙ୍ଖଳା ଦାୟିତ୍ୱରେ ରହିବେ ୨୦୦ ପ୍ଲାଟୁନ ପୋଲିସ ଫୋର୍ସ

ୟୁଟ୍ୟୁବର ପ୍ରିୟଙ୍କାଙ୍କ ସହ ଜ୍ୟୋତିଙ୍କ ଲିଙ୍କ୍ ନେଇ ତନାଘନା କରୁଛି ପୁରୀ ପୁଲିସ

ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍ କିଷାନ ଟଙ୍କା, ୫୦ ଲକ୍ଷରୁ ଅଧିକ ଚାଷୀ ହେଲେ ଲାଭବାନ

TAGGED:#bhubaneswar#businessnews#eco filling the tank#new update rate#odisha#petrol#utkal khabar
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?