Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର କଲା ପୋଲିସ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ଅପରାଧ

ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର କଲା ପୋଲିସ

utkala khabar
Last updated: April 15, 2025 10:34 am
utkala khabar
Published April 15, 2025
Share
SHARE

ଭୁବନେଶ୍ୱର ୧୫ /୦୪: ବାଲେଶ୍ଵରରୁ ମିଳିଲା ଅପହୃତ ଶିଶୁ ପୁତ୍ର । ଭୁବନେଶ୍ବର ରାମମନ୍ଦିର ସାମ୍ନାରୁ ଶିଶୁପୁତ୍ର ଅପହୃତ ହୋଇଥିଲା । ଜଣେ ଦୃଷ୍ଟି ବାଧିତ ମାଆଙ୍କ କୋଳରୁ ଉଠାଇ ନେଇଥିଲା ଅପହର୍ତ୍ତା । ଘଟଣାର ସିସିଟିଭି ଚିତ୍ର ଆଜି ସାମ୍ନାକୁ ଆସିଥିଲା । ସିସିଟିଭି ଫୁଟେଜ ଆଧାରରେ ତଦନ୍ତ କରୁଥିଲା ପୋଲିସ । ଶେଷରେ ଅପହରଣର ୩ ଦିନ ପରେ ବାଲେଶ୍ବରରୁ ୨ ବର୍ଷର ଶିଶୁ ପୁତ୍ରକୁ ଉଦ୍ଧାର କରି ଅପହରଣକାରୀକୁ ଗିରଫ କରିଛି ପୋଲିସ । ଅପହରଣକାରୀ ଶିଶୁଟିକୁ ଧରି ଭୁବନେଶ୍ବର ରେଳଷ୍ଟେସନ ଭିତରକୁ ଯାଇଥିବା ସିସିଟିଭି ଫୁଟେଜରୁ ଜଣାପଡିଥିଲା । ଖଡଗପୁର, ହାୱଡ଼ା ସମେତ ରାଜ୍ୟର ବିଭିନ୍ନ ରେଳଷ୍ଟେସନକୁ ସିସିଟିଭି ଫୁଟେଜ ପଠାଯାଇଥିଲା । ଟ୍ରେନ ଯୋଗେ ଅପହରଣକାରୀ ରାଜ୍ୟ ବାହାରକୁ ଶିଶୁଟିକୁ ନେଇଯାଇଥିବା ସନ୍ଦେହ କରାଯାଉଥିଲା । ଏକାଧିକ ଟିମ୍ ଗଠନ କରି ତଦନ୍ତ କରୁଥିଲା ପୋଲିସ। . ଏପଟେ ପୁଅକୁ ଝୁରି ଝୁରି ଦିବ୍ୟାଙ୍ଗ ମାଆ ଆଖିରୁ ଲୁହ ଶୁଖୁନି । ଗତ ପାଞ୍ଚ ବର୍ଷ ହେବ ଶିଶୁର ମାଆ ରାମ ମନ୍ଦିର ଆଗରେ ଭିକ୍ଷା ବୃତ୍ତି କରୁଛନ୍ତି ।

ସୂଚନା ଅନୁସାରେ ଶନିବାର ବିଳମ୍ବିତ ରାତିରେ ଭୁବନେଶ୍ବର ଜନପଥରୁ ଦେଢ଼ ବର୍ଷର ଶିଶୁ ପୁତ୍ର ଚୋରି ଅଭିଯୋଗ ହୋଇଥିଲା । ବିସ୍କୁଟ, ଜୁସ୍ ଏବଂ ମୋବାଇଲ ଲୋଭ ଦଖାଇ ମାଆ କୋଳରୁ ଶିଶୁ ପୁତ୍ରକୁ ନେଇ ଚାଲିଗଲେ ଦୁର୍ବୃତ୍ତ । ଏଭଳି ଅଭିଯୋଗ ଆଣିଥିଲେ ମନ୍ଦିର ଆଗରେ ଭିକ୍ଷାବୃତ୍ତି କରୁଥିବା ଜଣେ ଦୃଷ୍ଟି ବାଧିତ ମହିଳା । ରାତି ପ୍ରାୟ ୨ଟା ବେଳେ ଘଟିଥିଲା ଏଭଳି ଘଟଣା ।

ମହିଳା ଜଣକ ଏ ନେଇ ଖାରବେଳେନଗର ଥାନାରେ ଦ୍ୱାରସ୍ଥ ହୋଇଥିଲେ । ରାମ ମନ୍ଦିର ସାମ୍ନାରେ ଶୋଇଥିବା ବେଳେ ଯେତେବେଳେ ନିଦ ଭାଙ୍ଗିଲା ଶିଶୁପୁତ୍ରଟିକୁ ସେ ପାଇନଥିଲେ । ଶିଶୁପୁତ୍ର ନିଖୋଜ ଥିବା ନେଇ ସେ ଥାନାରେ ଜଣାଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ଅସହାୟ ମହିଳାଙ୍କ ପୁତ୍ରକୁ ଖୋଜିବାକୁ ଛାନଭିନ ଆରମ୍ଭ କରିଥିଲା । ଶେଷରେ ବାଲେଶ୍ବରରୁ ଅପହୃତ ଶିଶୁ ପୁତ୍ରକୁ ଉଦ୍ଧାର କରିଛି ପୋଲିସ।

You Might Also Like

ତାରିଣୀପୀଠର ଉନ୍ନତୀକରଣ ପାଇଁ ୨୧୫ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆସୁଛି ଦୁଇଟି ଲଘୁଚାପ ,ନେଇପାରେ ବାତ୍ୟାର ରୂପ !

ଆଗାମୀ ୧୨ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ, ୩୬ଘଣ୍ଟାରେ ଅବପାତରେ ପରିଣତ

ପ୍ରେମିକାଙ୍କ ଆତ୍ମହତ୍ୟା ବନ୍ଧା ହେବେ ୟୁଟ୍ୟୁବର ଲବ ହାଁସଦା

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ ,ଏଥର ବି ବାଜି ମାରିଲେ ଛାତ୍ରୀ

TAGGED:#bhubaneswar#odishaArrested by policeBalasoreBalasore kidnapperChild kidnappedRescued
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?