Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: କରୋନା ନେଲା ୧୧ ଜଣଙ୍କର ମୁଣ୍ଡ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ଦେଶ-ବିଦେଶ

କରୋନା ନେଲା ୧୧ ଜଣଙ୍କର ମୁଣ୍ଡ

utkala khabar
Last updated: May 27, 2025 3:28 pm
utkala khabar
Published May 27, 2025
Share
SHARE

ଭାରତ ୨୭/୫ : ପୁଣି ମାଡିଲା କରୋନା ଭୂତାଣୁ ବା କୋଭିଡ-୧୯ । ମୁମ୍ବାଇ, ଦିଲ୍ଲୀ ଓ କେରଳରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଦେଶରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୭ ଛୁଇଁଛି। ଏବେ ସୁଦ୍ଧା ଦେଶରେ ୧୧ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି। କେବଳ ମହାରାଷ୍ଟ୍ରରୁ ୫ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଏହାକୁ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛି। କୋଭିଡକୁ ନେଇ ଏଯାଏ କୌଣସି ଆଡଭାଇଜରି ଜାରି କରିନାହନ୍ତି କେନ୍ଦ୍ର ସରକାର। ଦିଲ୍ଲୀ, ମହାରାଷ୍ଟ୍ର, କେରଳ, କର୍ଣ୍ଣାଟକ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଭଳି ରାଜ୍ୟରେ କୋଭିଡ୍-୧୯ ମାମଲା ହଠାତ୍ ବୃଦ୍ଧି ପାଇଛି । ଏହି ସମସ୍ତ ରାଜ୍ୟରେ ଡାକ୍ତରଖାନାଗୁଡ଼ିକୁ ପ୍ରସ୍ତୁତ ରଖାଯାଇଛି । ମେ ମାସରେ, କେରଳରେ ସର୍ବାଧିକ ୨୭୩ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ସମସ୍ତ ଜିଲ୍ଲାରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । କେରଳର ଡାକ୍ତରଖାନାଗୁଡ଼ିକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି ଏବଂ ଥଣ୍ଡା ଓ କାଶ ଲକ୍ଷଣ ଥିବା ଲୋକଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ପଡ଼ୋଶୀ କର୍ଣ୍ଣାଟକରେ ମଧ୍ୟ କୋଭିଡ୍ ମାମଲାରେ ସାମାନ୍ୟ ବୃଦ୍ଧି ଘଟିଛି ।

You Might Also Like

ପହଲଗାମ ଆତଙ୍କବାଦୀ ଆକ୍ରମଣ: ଦିଲ୍ଲୀ ବିମାନ ବନ୍ଦରରେ ଏନଏସଏ ଓ ବୈଦେଶିକ ମନ୍ତ୍ରୀଙ୍କ ସହ ବୈଠକ

ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୧୬ ମୃତ ଓ ୧୦ ଆହତଙ୍କ ତାଲିକା ପ୍ରକାଶ

ମୋଦିଙ୍କୁ କ୍ରାଉନ୍ ପ୍ରିନ୍ସ ମହମ୍ମଦ ବିନ ସଲମାନ ଏମିତି କରିଥିଲା ନିମନ୍ତ୍ରଣ, ସାଉଦି ଏୟାର ଫୋର୍ସ F-15 ଫାଇଟର ଜେଟ କରିଥିଲା ଏସ୍କର୍ଟ

ହିମାଚଳରୁ ବହିକି ପାକିସ୍ତାନକୁ ଯାଇଥିବା ତିନୋଟି ନଦୀର ଲମ୍ବ କେତେ?

ମହିଳାଙ୍କ ପାଦରୁ ମୁଦି ହଜିବା ଶୁଭ ନା ଅଶୁଭ? ଜାଣନ୍ତୁ

TAGGED:#india#UTKALA KHABARCorona virusCovid-19National news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?