Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ପଞ୍ଚାୟତରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପାଇଁ ହେବ ଉପନିର୍ବାଚନ , ୭୭୧ଟି ୱାର୍ଡରେ ପଡିବ ଭୋଟ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ପଞ୍ଚାୟତରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପାଇଁ ହେବ ଉପନିର୍ବାଚନ , ୭୭୧ଟି ୱାର୍ଡରେ ପଡିବ ଭୋଟ

utkala khabar
Last updated: April 12, 2025 3:26 pm
utkala khabar
Published April 12, 2025
Share
SHARE

ରାଜ୍ୟ ୧୨/୦୪ : ସବୁ ଦଳ ପାଇଁ ପ୍ରଥମ ଏସିଡ ଟେଷ୍ଟ । ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ରାଜ୍ୟ ନିର୍ବାଚନ କମିଶନଙ୍କ ପ୍ରାଥମିକ ପଦକ୍ଷେପ । ସେଥି ମଧ୍ୟରୁ ୫ଟି ଜିଲ୍ଲା ପରିଷଦ ସଭ୍ଯ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର ପାଇଁ ଉପନିର୍ବାଚନ ହେବ । ସେହିଭଳି ୭୭୧ଟି ୱାର୍ଡରେ ନୂତନ ଭାବେ ନିର୍ବାଚନ ହେବ  । ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସଂରକ୍ଷିତ ବର୍ଗ ପାଇଁ ଉଦ୍ଦିଷ୍ଟ ଥିବା  ୭୭୧ଟି ୱାର୍ଡରେ କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିନଥିବାରୁ ଉକ୍ତ ୱାର୍ଡ ଗୁଡିକରେ ନିର୍ବାଚନ ବନ୍ଦ ରହିଥିଲା ।

ପରବର୍ତ୍ତୀ ପର୍ଯ୍ୟାୟରେ ସଂପୃକ୍ତ ଜିଲ୍ଲାପାଳଙ୍କ ସୁପାରିଶ କ୍ରମେ ଉକ୍ତ ୱାର୍ଡଗୁଡ଼ିକୁ ଅଣସଂରକ୍ଷିତ କରାଯିବା ପରେ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ।  ରାଜ୍ୟ ନିର୍ବାଚନ ଆୟୁକ୍ତଙ୍କ ସଚିବଙ୍କ ସୂଚନା ଅନୁଯାୟୀ, ଉକ୍ତ ୱାର୍ଡଗୁଡ଼ିକ ପାଇଁ ଅପ୍ରେଲ ୧୭ରୁ ୨୨ ତାରିଖ ମଧ୍ୟରେ ନିର୍ବାଚନ ଅଧିକାରୀମାନେ କେନ୍ଦ୍ର ନିର୍ବାଚନ ଆୟୋଗ ଦ୍ଵାରା ପ୍ରକାଶିତ ଭୋଟର ତାଲିକାରୁ ସମ୍ପୃକ୍ତ ୱାର୍ଡ ୱାରୀ  ଭୋଟର ତାଲିକା ପ୍ରସ୍ତୁତ କରିବେ ।

ସେହିଭଳି ଅପ୍ରେଲ ୨୪ ତାରିଖରେ ସଂପୃକ୍ତ ଗ୍ରାମପଞ୍ଚାୟତ ମୁଖ୍ୟାଳୟରେ ୱାର୍ଡୱାରୀ ପ୍ରାଥମିକ ଭୋଟର ତାଲିକା ପ୍ରକାଶନ ହେବ । ଅପ୍ରେଲ ୩୦ ତାରିଖ ସୁଦ୍ଧା ଅଭିଯୋଗ ଗ୍ରହଣ କରାଯାଇ ମଇ ୨ରୁ ୫ ତାରିଖ ମଧ୍ୟରେ ସଂପୃକ୍ତ ଅଭିଯୋଗଗୁଡ଼ିକୁ ବିଚାରକୁ ନିଆଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ । ସଂଶୋଧିତ ଭୋଟର ତାଲିକାକୁ ନିର୍ବାଚନ ଅଧିକାରୀମାନେ ମଇ ୯ ତାରିଖ ଦିନ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ପ୍ରଦାନ କରିବେ ।

You Might Also Like

ମଶାଣି ରୁ ଶବ ଚୋରି ଅଭିଯୋଗ

ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ

ଚମ୍ପୁଆ ବ୍ଲକରେ ୨୬୮ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ କାର୍ଯ୍ୟାଦେଶ ବଣ୍ଟନ

ଘଣ୍ଟାପ୍ରତି ୧୮ କିମି ବେଗରେ ଗତି କରୁଛି ଗଭୀର ଅବପାତ

୨୪ରେ ପୁଣି ମିଳିବ ସୁଭଦ୍ରାର ଷଷ୍ଠ ପର୍ଯ୍ୟାୟ ଟଙ୍କା

TAGGED:#odisha news1134 vacant postsElectionElection2025Khabar NewsOdisha electionPanchayat election
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?