ରାଜ୍ୟ ୦୧/୦୪ : ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ୧୦ ଗ୍ରାମ ପିଛା ୯୨ ହଜାର ୮୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୫ ହଜାର ୧୦୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୨ ହଜାର ୮୪୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୫, ୧୦୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୫,୧୦୦ ଟଙ୍କା ଓ ୯୨, ୮୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୫, ୨୫୦ ଟଙ୍କା ଓ ୯୨, ୯୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୫,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୯୨, ୮୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୮୫, ୧୦୦ ଓ ୯୨,୮୪୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୫,୦୦୦ ଟଙ୍କା ହୋଇଛି ।