Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ସକାଳେ ଖରା ଅପରାହ୍ନରେ ବର୍ଷା
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ସକାଳେ ଖରା ଅପରାହ୍ନରେ ବର୍ଷା

utkala khabar
Last updated: June 5, 2025 12:36 pm
utkala khabar
Published June 5, 2025
Share
SHARE

ରାଜ୍ୟ ୫/୬ : କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗର ସତର୍କ ସୂଚନାବାଣୀ । ଆଜି ୧୧ଟି ଉପକୂଳ ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ ତରଫରୁ । ସେପଟେ ଆଗକୁ ଗ୍ରୀଷ୍ମ ପ୍ରବାହ ସମ୍ଭାବନା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଢ଼ିପାରେ ତାପମାତ୍ରା । ଗରମ ଗୁଳୁଗୁଳି ସହିତ ବହିପାରେ ଝାଞ୍ଜି ପବନ । ଜୁନ ୭ ତାରିଖ ପରେ ରାଜ୍ୟର କେତେକ ସ୍ଥାନରେ ୪୨ ଡିଗ୍ରି ଛୁଇଁପାରେ ତାପମାତ୍ରା । ୧୫ ତାରିଖ ପରେ ବଦଳିପାରେ ପାଗ । ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ଏଭଳି କିଛି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶେଷଜ୍ଞ ।

ତେବେ ରାଜ୍ୟରେ ଗ୍ରୀଷ୍ମ ପ୍ରଭାବ ଜାରି ରହିଥିବା ବେଳେ କିଛି ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ । ଦିନରେ ଗରମ ରାତିରେ ବର୍ଷା ଭିତରେ ପୁଣି ବଢିପାରେ ତାପମାତ୍ରା । ଆଗାମୀ ୧୦ରୁ ୧୨ ତାରିଖ ମଧ୍ୟରେ ପଶ୍ଚିମ ଓ କେନ୍ଦ୍ରୀୟ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ସ୍ୱାଭାବିକ ଠାରୁ ୮ ଡିଗ୍ରିରୁ ବି ଅଧିକ ରହିପାରେ ।

ତେବେ ଖରା ଗରମ ସହିତ ପଶ୍ଚିମା ଝାଞ୍ଜି ପବନ ବହିବା କାରଣରୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ବରଗଡ଼, ସୋନପୁର, ବଲାଙ୍ଗୀର, ଦେବଗଡ଼ ଓ ଅନୁଗୁଳର ତାପମାତ୍ରା ଅଧିକ ରହିବ । ଏହା ସହିତ ଆଭ୍ୟନ୍ତରୀଣ ଓଡିଶା କେନ୍ଦ୍ରପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ଜଗତ୍ସିଂହପୁର ଅଞ୍ଚଳର କିଛି କିଛି ସ୍ଥାନ ମାନଙ୍କରେ ତାପମାତ୍ରା ବୃଦ୍ଧି ପାଇବା ସହିତ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ । ଜୁନ ୧୭ ତାରିଖପରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶେଷଜ୍ଞ ।

You Might Also Like

୧୯ ଯାଏ ଲାଗି ରହିବ କାଳବୈଶାଖୀ ବର୍ଷା, ଆଜି ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆଲିଆ-ରଣବୀର ପାଳନ କଲେ ଥାର୍ଡ ମ୍ୟାରେଜ୍ ଆନିଭର୍ସରି

ଏସବିଆଇ ବଦଳାଇଲା ଏଟିଏମ ୱିଡ୍ରାଲର ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ସ୍ୱାସ୍ଥ୍ୟ ସଚିବ : ରାଜ୍ୟରେ କୋଭିଡ ସଂକ୍ରମ ପାଇଁ ବ୍ୟସ୍ତ ହୁଅନ୍ତୁ ନାହିଁ

ଆଜିଠୁ ଯୁକ୍ତ ୨ ଖାତା ଦେଖା, ସାମିଲ ହେବେ ୧୬ ହଜାର ଅଧ୍ୟାପକ

TAGGED:#odisha#UTKALA KHABARHeat wavehot windState news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?