Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଜାଣନ୍ତୁ କେତେ ରହିଛି ?
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଜାଣନ୍ତୁ କେତେ ରହିଛି ?

utkala khabar
Last updated: May 1, 2025 3:39 pm
utkala khabar
Published May 1, 2025
Share
SHARE

ଭୁବନେଶ୍ଵର ୦୧/୪ : ଦେଶର କିଛି ସ୍ଥାନରେ ତୈଳ ଦର ସ୍ଥିର ରହିଥିବା ବେଳେ ଅନ୍ୟ କିଛି ସ୍ଥାନରେ ତୈଳ ଦରରେ ପରିବର୍ତ୍ତନ ହୋଇଛି । ଭୁବନେଶ୍ୱର ପେଟ୍ରୋଲ ଦରରେ ମଧ୍ୟ ନୂଆ ଦର ଜାରି ହୋଇଛି । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧. ୫୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୩ .୧୧ ପଇସା ରହିଛି । ଏପରିକି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫ . ୦୧ ଟଙ୍କା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୮୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୯୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୪୯ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍ :

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ ।

ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

You Might Also Like

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ବଢ଼ିଲା ଭତ୍ତା , ଜୁନରୁ ମାସିକ ପାଇବେ ୩୫୦୦ ଟଙ୍କା

ପୁଣି ବଢିଲା ସୁନା, ଲକ୍ଷେ ମୁହାଁ ଦାମ୍‌

ପୁରୀରେ ଜମୁଛି ସାହିଯାତ

ଘରେ ଅଗରବତୀ ଲଗାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ

ବଡ଼ ଆକ୍ସନ ନେଲା ଭାରତ, ୧୬ ପାକିସ୍ତାନୀ ୟୁଟ୍ୟୁବ ଚ୍ୟାନେଲ ବ୍ୟାନ କଲା

TAGGED:#bhubaneswar#odisha#petrol#UTKALA KHABARBusiness news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?