Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆଜିଠୁ ଯୁକ୍ତ ଦୁଇ ପରୀକ୍ଷାର ଉତ୍ତରଖାତା ରିଚେକିଂ ଆବେଦନ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଆଜିଠୁ ଯୁକ୍ତ ଦୁଇ ପରୀକ୍ଷାର ଉତ୍ତରଖାତା ରିଚେକିଂ ଆବେଦନ

utkala khabar
Last updated: May 30, 2025 11:41 am
utkala khabar
Published May 30, 2025
Share
SHARE

କଟକ ୩0/୫ : ଆଜିଠୁ ଯୁକ୍ତ ଦୁଇ ପରୀକ୍ଷାର ଉତ୍ତରଖାତା ରିଚେକିଂ ଆବେଦନ ଆରମ୍ଭ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ-୨ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ଉତ୍ତରଖାତା ପୁନଃ ଯାଞ୍ଚ ବା ରିଚେକିଂ ପାଇଁ ଆଜିଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । ଜୁନ୍‌ ୧୩ ତାରିଖ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ଆବେଦନ କରିପାରିବେ ।

ଉତ୍ତରଖାତା ପାଇବାକୁ ଆବେଦନ କରିଥିବା ପରୀକ୍ଷାର୍ଥୀଙ୍କୁ ଜୁନ୍ ୫ରୁ ୧୮ ତାରିଖ ପର୍ଯ୍ୟନ୍ତ ଖାତା ପ୍ରଦାନ କରାଯିବ । ଜୁନ୍ ମାସରୁ ଯୁକ୍ତ ୨ ଖାତା ପୁନଃ ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହେବ । ଉତ୍ତର ଖାତାଗୁଡ଼ିକ ମୂଲ୍ୟାୟନ ପାଇଁ ପରିଷଦ ପକ୍ଷରୁ ଅଧ୍ୟାପକଙ୍କ ତାଲିକା ପ୍ରସ୍ତୁତ ହେଉଛି । ଜୁଲାଇ ୧୫ ସୁଦ୍ଧା ଇନଷ୍ଟାଣ୍ଟ ପରୀକ୍ଷା ଫଳ ସହ ଯୁକ୍ତ ୨ ପୁନଃ ମୂଲ୍ୟାୟନ ଫଳ ପ୍ରକାଶ ଲକ୍ଷ୍ୟ ରହିଛି ।

ଗତ ମେ ୨୧ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ଏଥର ୩ ଲକ୍ଷ ୯୩ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୧୬ ହଜାର ୭୮୭ ଜଣ ଯୁକ୍ତ ପରୀକ୍ଷାରେ ପାସ୍‌ ହୋଇଥିଲେ । ୧୪୨୫୧୨ ଛାତ୍ର ପାସ୍‌ ହୋଇଥିବା ବେଳେ ୧୭୬୨୫୧ ଜଣ ଛାତ୍ରୀ ପାସ୍‌ କରିଛନ୍ତି । ଏଥର ପାସ୍‌ ହାର ୮୨.୭୭ ପ୍ରତିଶତ ରହିଛି । ବିଜ୍ଞାନରେ ପାସ୍‌ ହାର ୮୭.୪୯ ପ୍ରତିଶତ ଓ କଳାରେ ପାସ୍‌ ହାର ୮୦.୫୧ ପ୍ରତିଶତ, କମର୍ସରେ ପାସ୍‌ ହାର ୮୩.୦୨ ପ୍ରତିଶତ ରହିଛି । ଧନ୍ଦାମୂଳକ ପରୀକ୍ଷାରେ ପାସ୍ ହାର ୬୦.୫୭ ପ୍ରତିଶତ ରହିଛି । ଯେଉଁ ଛାତ୍ରଛାତ୍ରୀଙ୍କ ମାର୍କକୁ ନେଇ ଦ୍ୱନ୍ଦ୍ୱ ରହିଛି ସେମାନେ ପୁନଃ ପରୀକ୍ଷା ଖାତା ଯାଞ୍ଚ ପାଇଁ ଆବେଦନ କରିପାରିବେ ।

You Might Also Like

କରଞ୍ଜିଆ ଉପଖଣ୍ଡରେ ଥମୁନି ହାତୀ ଆତଙ୍କ

ଭାରତୀୟ ଟେଷ୍ଟ ଦଳର ନୂଆ ଅଧିନାୟକ ହେଲେ ଶୁବମନ ଗିଲ୍

କେଉଁ ରାଶି ବ୍ୟକ୍ତିଙ୍କ ପାଇଁ କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ ରହିବ ଜାଣନ୍ତୁ

ଭୁବନେଶ୍ଵର ଓ କଟକରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା

ଆଫଗାନିସ୍ତାନ ନାଗରିକଙ୍କ ପାଇଁ ଭିସା ସେବା ଆରମ୍ଭ କଲା ଭାରତ

TAGGED:#odisha#UTKALA KHABAR+2 studentsApplicationRevaluation
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?