Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଟ୍ୱିନ ସିଟିରେ କାର୍ଯ୍ୟକାରୀ ହେବାକୁ ଥିବା ପୂର୍ତ୍ତ ବିଭାଗ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଟ୍ୱିନ ସିଟିରେ କାର୍ଯ୍ୟକାରୀ ହେବାକୁ ଥିବା ପୂର୍ତ୍ତ ବିଭାଗ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

utkala khabar
Last updated: May 24, 2025 12:10 pm
utkala khabar
Published May 24, 2025
Share
SHARE

ଭୁବନେଶ୍ୱର ୨୪/୫  : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଭୁବନେଶ୍ୱର-କଟକ ଟ୍ୱିନ ସିଟିରେ କାର୍ଯ୍ୟକାରୀ ହେଉଥିବା ପୂର୍ତ୍ତ ବିଭାଗର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି।ବୈଠକରେ ଭୁବନେଶ୍ୱରର ସମନ୍ୱିତ ବିକାଶ ଯୋଜନା ସହିତ ଟ୍ରାଫିକ୍ ଭିଡ ହ୍ରାସ (Decongestion Plan) ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା।ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଏକ ଏଲିଭେଟେଡ୍ କରିଡର, ପଟିଆ ଷ୍ଟେସନ ଛକରୁ ସୁଆଙ୍ଗ ମୌଜା ପର୍ଯ୍ୟନ୍ତ ଦୟା ୱେଷ୍ଟ କେନାଲ ରାସ୍ତା ନିର୍ମାଣ, ସୁନ୍ଦରପଦାରୁ ଜଟଣୀ ରାସ୍ତାର ପ୍ରଶସ୍ତୀକରଣ, ଏବଂ କଳ୍ପନା ଛକ, ମ୍ୟୁଜିଅମ ଓ ଶିଶୁଭବନ ଛକରେ ୩ଟି ଫ୍ଲାଏ ଉଭର୍ ସହିତ ଏଜି ଛକରେ ଏକ ଅଣ୍ଡରପାସ୍ ନିର୍ମାଣ ପାଇଁ ଯୋଜନା ରଖାଯାଇଛି ।

ସେହିପରି ଇନଷ୍ଟିଚ୍ୟୁଟ ଅଫ୍ ମ୍ୟାଥ୍‌ମେଟିକସ୍ ରୁ ପଥର ଗାଡିଆ- ଉତ୍କଳ ହସ୍ପିଟାଲ- ରେଲ୍ ବିହାର ଦେଇ ଏକାମ୍ର କାନନ ପର୍ଯ୍ୟନ୍ତ ଲେଫ୍ଟ ପାରାଲେଲ୍ ରୋଡ୍ କାମ ମଧ୍ୟ ଜାରି ରହିଛି । ଏହା ସହିତ ଡମଣାରୁ ପ୍ରେସ୍ ଛକ, କଳାରାହାଙ୍ଗରୁ ବାରିମୁଣ୍ଡ ଓ କେଳୁଚରଣ ପାର୍କରୁ ବାରିମୁଣ୍ଡ ପର୍ଯ୍ୟନ୍ତ ୩ଟି ରାଇଟ୍ ଆକ୍‌ସେସ୍ ରୋଡ୍ ନିର୍ମାଣର ଯୋଜନା ରଖାଯାଇଛି । ଏହା ସହିତ ଏକ ଇନର୍ ରିଙ୍ଗ୍ ରୋଡ୍ ମଧ୍ୟ ନିର୍ମାଣ କରାଯିବ । ଏହି ସମସ୍ତ ନିର୍ମାଣ ଦ୍ୱାରା ଭୁବନେଶ୍ୱରରେ ଦିନ ପ୍ରତିଦିନ ବଢୁଥିବା ଟ୍ରାଫିକ ସମସ୍ୟାର ସମାଧାନ ହୋଇପାରିବ ଏବଂ ଭୁବନେଶ୍ୱର ସହରର ସୌନ୍ଦର୍ଯ୍ୟକରଣରେ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଥିଲେ।

ଏହି ନିର୍ମାଣ ଯୋଗୁଁ ବିସ୍ଥାପିତ ହେବାକୁ ଥିବା ପ୍ରାୟ ୩୬୬ଟି ପରିବାରକୁ ଥଇଥାନ କରାଯିବା ସହିତ ସେମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା।ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାସ୍ୱତ ମିଶ୍ର, ପୋଲିସ କମିଶନର ଶ୍ରୀ ଏସ୍. ଦେବଦତ୍ତ ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

You Might Also Like

ଅମ୍ପାୟରଙ୍କ ଉପରେ ରାଗିଗଲେ ଶୁଭମନ, ଭିଡିଓ ହେଲା ଭାଇରଲ

ଆଜିଠୁ ପୁଣି ବଢ଼ିଲା ତାତି

ପୁରୀକୁ ଗଡିବ ହଜାରେ ବସ, ଯାତ୍ରୀଙ୍କୁ ୧୦ ଟଙ୍କାରେ ମିଳିବ ମିଲ୍

ମେଟ୍ରୋରେ ଖାଉଥିବା ମହିଳାଙ୍କ ଉପରେ ୫୦୦ ଟଙ୍କା ଜରିମାନା

ମୁଲାନ୍‌ପୁରରେ ପ୍ରଥମ ୨ଟି ପ୍ଲେଅଫ୍, ଅହମ୍ମଦାବାଦରେ ଫାଇନାଲ ମ୍ୟାଚ୍

TAGGED:#bhubaneswar#cuttack#mohan charan majhi#odisha#odisha cm#UTKALA KHABAR
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?