Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ

utkala khabar
Last updated: April 17, 2025 12:19 pm
utkala khabar
Published April 17, 2025
Share
SHARE

ଭୁବନେଶ୍ୱର ୧୭/୦୪ :  ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ । ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ନୀତିନ ଗଡ଼କରୀ । କଟକ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ । ୪ ହଜାର କୋଟିର ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର ଓଡ଼ିଶା ଆସୁଛନ୍ତି । ଦିନିକିଆ ଓଡ଼ିଶା ଗସ୍ତରେ ଆସି ସେ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହାପରେ ଅପରାହ୍ନରେ ଭୁବନେଶ୍ୱର ଆସି ବରମୁଣ୍ଡା ପଡ଼ିଆରେ ରାଜ୍ୟ ପାଇଁ ପ୍ରାୟ ୪ ହଜାର କୋଟିରୁ ଅଧିକ ଟଙ୍କାର ଅନେକ ଜାତୀୟ ରାଜପଥ ପ୍ରକଳ୍ପର ଉଦ୍‌ଘାଟନ କରିବେ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଡ଼କରୀ ଦିନ ୧୦ଟା ୪୦ରେ  ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ଦିନ ୧୧ଟାରେ କଟକ ଯାଇ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଆୟୋଜିତ ହରେକୃଷ୍ଣ ମହତାବ ସ୍ମାରକୀ ବକ୍ତୃତାମାଳାରେ ସାମିଲ ହେବେ । ‘ଭିତ୍ତିଭୂମି ବିକାଶ ଏବଂ ଓଡ଼ିଶା’ ଉପରେ ସେ ନିଜର ବକ୍ତବ୍ୟ ରଖିବେ । ମହତାବଙ୍କ ୧୨୫ତମ ଜନ୍ମ ଶତବାର୍ଷିକୀ ଅବସରରେ ଏହି କାର୍ଯ୍ୟକ୍ରମ ହେଉଛି ।

ଅପରାହ୍ନରେ  ଗଡ଼କରୀ ଭୁବନେଶ୍ୱର ଫେରିବେ । ଦିନ ୨ଟା ବେଳକୁ ମଞ୍ଚେଶ୍ୱରରେ ଥିବା ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନରେ ଯିବେ । ଅପରାହ୍ନ ୩ଟା ବେଳକୁ ହୋଟେଲ ମେ  ଫେୟାରରେ ରାଜ୍ୟର ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ସମୀକ୍ଷା  କରିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏହି ସମୀକ୍ଷା  ବୈଠକରେ ଉପସ୍ଥିତ ରହିବେ ।

ସାଢ଼େ ୪ଟା ବେଳକୁ ବରମୁଣ୍ଡା ପଡ଼ିଆରୁ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ । ୮୦୦  କୋଟି ଟଙ୍କା ବ୍ୟୟରେ ହୋଇଥିବା ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିବେ ।  ତାଳଚେରରୁ କାମାକ୍ଷନଗର ଯାଏ ହୋଇଥିବା ୪ ଲେନ୍‌ ରାସ୍ତା ପ୍ରକଳ୍ପକୁ  ସେ ରାଜ୍ୟ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରିବେ । ଏନଏଚ ୧୪୯ ଓ  ୫୩ରେ ତିଆରି ହୋଇଥିବା ଏହି ପ୍ରକଳ୍ପରେ ୭୯୫ କୋଟି ଟଙ୍କା ଖର୍ଚ୍ଚ  ହୋଇଛି ।

You Might Also Like

ଗୁଜରାଟରେ ୧୫ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ JN.1ର ଲକ୍ଷଣ କଣ ?

ଏପ୍ରିଲ ୧୮ ତାରିଖ ଶୁକ୍ରବାର ପଡ଼ୁଥିବାରୁ ଆଜିର ଦିନଟି କେମିତି କଟିବ ଜାଣନ୍ତୁ

କରୋନାରେ ଆକ୍ରାନ୍ତ ହେଲେ ଟ୍ରାଭିସ୍ ହେଡ୍

୨୪ରୁ ନୂଆ ରାସନ କାର୍ଡ ବାଣ୍ଟିବେ ସରକାର, ପୁରୀରୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

କାଶ୍ମୀର ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଲେ ପ୍ରଶାନ୍ତ ଶତପଥୀ

TAGGED:#bhubaneswar#UTKALA KHABARLaunch Rs 4K CroreNitin GadkariRoad ProjectsUnion Minister
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?